Covid-19 Odisha Report: ଓଡ଼ିଶାରେ ପୁଣି କରୋନା ନେଲା ୬୫ ଜଣଙ୍କ ଜୀବନ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୫ଜଣଙ୍କ ଜୀବନ ନେଇଛି କରୋନା (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୭୬୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ରୁ ୭ଜଣ ଏବଂ ସୁନ୍ଦରଗଡରୁ ୬ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରୁ ୫ଜଣ ମୃତ୍ୟୁବରଣ କରିଥିବାବେଳେ ଅନୁଗୁଳ, ବଲାଙ୍ଗୀରି, କଟକ, ଗଞ୍ଜାମ, ଯାଜପୁର ଏବଂ ପୁରୀ ଜିଲାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ଭଦ୍ରକ, ଗଜପତି, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ଏବଂ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୮ ଲକ୍ଷ ୭୪ ହଜାର ୫୭୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୭୪ ହଜାର ୧୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୬୯୯ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୫୧ ହଜାର ୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭ହଜାର ୨୬୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *