Corona:ଆଜି ଓଡ଼ିଶାରୁ ଆଉ ୪୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୦ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୮୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ନୟାଗଡ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ ଏବଂ ସୁନ୍ଦରଗଡରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।  ଗଞ୍ଜାମ ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୪ ଲକ୍ଷ ୧୭ହଜାର ୩୮୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୯୩ ହଜାର ୫୦୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୪୮୬ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩ ହଜାର ୧୫୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | OSSSC RI Recruitment:ଓଡ଼ିଶାରେ ୫୮୬ RI ପୋଷ୍ଟ ପାଇଁ ଆଜିଠାରୁ online apply ଆରମ୍ଭ

Share this: