Covid Cases Odisha: ଆଜି ଓଡିଶାରୁ ଆଉ ୪୫ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases odisha Latest Updates ଓଡ଼ିଶାରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ (Coronavirus)। ଗତକାଲି ଓଡ଼ିଶାରୁ ୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୪୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ମଧ୍ୟରେ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୧୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୩ଜଣ, କଟକରୁ ୧୨ଜଣ, ଢେଙ୍କାନାଳରୁ ୨ ଜଣ, ଯାଜପୁରରୁ ୨ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ଜଣେ , ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ୍ ପୁଲରୁ ୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୮୧ ହଜାର ୮୬୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୪୯୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Odisha Weather Monsoon Report: ଆସନ୍ତା ୩ଦିନ ଓଡ଼ିଶାରେ ପ୍ରବଳ ବର୍ଷା

Share this:

Leave a Reply

Your email address will not be published. Required fields are marked *