Odisha Covid : ଆଜି ଓଡିଶାରୁ ୧୩୧ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid news Cases last 24 hours ଓଡ଼ିଶାରେ ଲଗାତାର ଭାବେ କମି ଚାଲିଛି କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୧୪୬ଜଣ କରୋନା ସଂକ୍ରମିତ (Odisha covid) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩୧ଜଣ (Odisha Covid Cases) ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି କମ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

amazon

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୯ଜଣ, ବରଗଡ଼ରୁ ୩ଜଣ ଚିହ୍ନଟ ହୋଇଥିବାବେଳେ ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୨ଜଣ, ବୌଦରୁ ୨ଜଣ, କଟକରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୩ଜଣ, ଗଜପତିରୁ ୫ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୬ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩୦ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୮ଜଣ, ନବରଂଗପୁରରୁ ୫ଜଣ, ନୟାଗଡରୁ ୩ଜଣ, ନୂଆପଡ଼ାରୁ ୬ଜଣ, ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୫ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୩୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୩୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯୭ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୩ ହଜାର ୭୪୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୭୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[a[amazon_auto_links id=”9939″]

mahimalive news
amazon+home

Read Also | HSRP Registration Odisha : ଏଥର ନଭେମ୍ବର ୧ରୁ ଯାଞ୍ଚ ହେବ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ, Apply Online

amazon_coupons
Share this:

Leave a Reply

Your email address will not be published. Required fields are marked *