Odisha Covid:ପୁଣି ବଢୁଛି କରୋନା, ଆଜି ଓଡ଼ିଶାରୁ ୨୧୧୦ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର:ଓଡ଼ିଶା (Odisha) ରେ ଗତ ୨୪ ଘଣ୍ଟାରେ ୨ହଜାର ୧୧୦ଜଣ କରୋନା (Coronavirus) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨୧୩ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୯୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୫୮ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୪୬ଜଣ, ବାଲେଶ୍ଵରରୁ ୧୬୮ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୯ଜଣ, ବଲାଙ୍ଗୀରିରୁ ୧୩ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୩୨୩ଜଣ, ଦେଓଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୫ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୬ଜଣ, ଜଗତସିଂପୁରରୁ ୬୭ଜଣ, ଯାଜପୁରରୁ ୯୨ଜଣ, ଝାରସୁଗୁଡାରୁ ୧୦ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୧୩୨ଜଣ, କେଉଁଝରରୁ ୬୬ଜଣ,  କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୨୨ଜଣ, ମୟୁରଭଞ୍ଜରୁ ୯୯ଜଣ, ନବରଙ୍ଗପୁରରୁ ୧୦ଜଣ, ନୟାଗଡ଼ରୁ ୭୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୧୩ଜଣ, ରାୟଗଡାରୁ ୨୯ଜଣ, ସମ୍ବଲପୁରରୁ ୧୯ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୬୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୮୭ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୮ ଲକ୍ଷ ୫ହଜାର ୨୬୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୭ ହଜାର ୮୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୬୦୫ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୨୦ ହଜାର ୬୪୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୨୯୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | ସରକାରୀ ଚାକିରି ସମୟରେ ୩ୟ ସନ୍ତାନ ହେଲେ ଚାଲିଯିବ ଚାକିରି:ହାଇକୋର୍ଟ

Share this: