Odisha Covid: ଆଜି ଓଡ଼ିଶାରୁ ନୂଆ ୧୯୩୦ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର:ଓଡ଼ିଶା (Odisha) ରେ କରୋନା (Coronavirus) ସଂକ୍ରମଣ ବର୍ତ୍ତମାନ କମିଚାଲିଛି। ଗତ ୨୪ ଘଣ୍ଟାରେ ୧ ହଜାର ୯୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୧୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୩୧ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୫୦ଜଣ, ବାଲେଶ୍ଵରରୁ ୧୩୪ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୯୮ ଜଣ, ବଲାଙ୍ଗୀରିରୁ ଜଣେ, ବୌଦ୍ଧରୁ ୩ଜଣ, କଟକରୁ ୨୨୦ଜଣ, ଦେଓଗଡ଼ରୁ ୮ଜଣ, ଢେଙ୍କାନାଳରୁ ୬୨ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୭ଜଣ, ଜଗତସିଂପୁରରୁ ୭୫ଜଣ, ଯାଜପୁରରୁ ୧୨୫ଜଣ, ଝାରସୁଗୁଡାରୁ ୧୬ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୨୭ଜଣ, କେନ୍ଦ୍ରାପଡ଼ାରୁ ୧୨୩ଜଣ, କେଉଁଝରରୁ ୪୮ଜଣ,  କୋରାପୁଟରୁ ୧୪ଜଣ, ମାଲକାନଗିରିରୁ ୨୮ଜଣ, ମୟୁରଭଞ୍ଜରୁ ୯୮ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡ଼ରୁ ୫୮ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୨୭ଜଣ, ରାୟଗଡାରୁ ୩୮ଜଣ, ସମ୍ବଲପୁରରୁ ୨୫ଜଣ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୯୪ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୭୫ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୭ ଲକ୍ଷ ୩ ହଜାର ୬୫୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୯୩୭ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୧୫ ହଜାର ୪୦୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩ ହଜାର ୪୯୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Watch:ବାଦଲଫଟା ବର୍ଷାରେ ଭାସିଗଲା ଯାନବାହାନ,ବ୍ୟାପକ କ୍ଷୟକ୍ଷତି

[amazon_auto_links id=”9932″]

Share this: