Odisha Covid Report : ଖୁସି ଖବର,ଦୂର ହେଉଛି କରୋନା ବିପଦ! ଆଜି ରାଜ୍ୟରୁ ଶହେ ତଳେ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid Report last 24 hours ଓଡ଼ିଶାରେ ଲଗାତାର ଭାବେ କମି ଚାଲିଛି କରୋନା ସଂକ୍ରମଣ। ଆଜି ଦୈନିକ ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ଓଡ଼ିଶାରୁ ୧୩୧ଜଣ କରୋନା ସଂକ୍ରମିତ (Odisha covid) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୬୭ଜଣ (Odisha Covid Cases) ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି କମ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ଜଣେ ଚିହ୍ନଟ ହୋଇଥିବାବେଳେ ଭଦ୍ରକରୁ ୩ଜଣ, କଟକରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୪ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୨ଜଣ, ଖୋର୍ଦ୍ଧାରୁ ୧୨ଜଣ, ମୟୂରଭଞ୍ଜରୁ ୨ଜଣ, ନୟାଗଡରୁ ଜଣେ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୬ ହାଜର ୩୮୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୪୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୪ ହଜାର ୩୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୪୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[a[amazon_auto_links id=”9939″]

mahimalive news
amazon+home

Read Also | Krushak Odisha Registration: ଏଥର PM Kisan ଓ Kalia Yojana ରୁ ବାଦ ପଡ଼ିବେ ବହୁ ଚାଷୀ; ଶୀଘ୍ର କରନ୍ତୁ ପଞ୍ଜୀକରଣ

amazon_coupons
Share this:

Leave a Reply

Your email address will not be published. Required fields are marked *