Covid Cases Odisha: ପୁଣି ବଢୁଛି କରୋନା ସଂକ୍ରମଣ, ଆଜି ୧୦୪୧ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ପୁଣି ବଢିଛି କରୋନା (Coronavirus) ସଂକ୍ରମଣ। ଗତ ଗତ ୨୪ ଘଣ୍ଟାରେ ୧୦୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୦୫ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୩୬ଜଣ ସଂକ୍ରମିତ ହୋଇଛନ୍ତି। ୧୮ ବର୍ଷ ମଧ୍ୟରେ ଅଛନ୍ତି ୧୨୮ଜଣ। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସର୍ବାଧିକ ୩୯୮ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୨୯ଜଣ, ବାଲେଶ୍ଵରରୁ ୨୨ଜଣ, ବରଗଡ଼ରୁ ୭ଜଣ, ଭଦ୍ରକରୁ ୧୫ଜଣ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ଜଣେ, କଟକରୁ ୧୭୬ଜଣ, ଦେଓଗଡ଼ରୁ ୭ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୫ଜଣ, ଜଗତସିଂପୁରରୁ ୪୩ଜଣ, ଯାଜପୁରରୁ ୫୬ଜଣ, ଝାରସୁଗୁଡାରୁ ଜଣେ, କଳାହଣ୍ଡିରୁ ୪ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୩୭ଜଣ, କେଉଁଝରରୁ ୧୨ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୩୬ଜଣ, ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ୧୩ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୩୪ଜଣ, ରାୟଗଡାରୁ ୫ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୩ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୮୮ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୨ ଲକ୍ଷ ୭୪ ହଜାର ୫୨୯ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୯୮ ହଜାର ୧୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୪୫ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୧ ହଜାର ୩୧୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୬୬୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: