Covid Cases Odisha: ଓଡ଼ିଶାରେ କମୁଛି ସଂକ୍ରମଣ, ଆଜି ୮୬୮ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ଗତ ୨୪ ଘଣ୍ଟାରେ ୮୬୮ଜଣ କରୋନା (Coronavirus) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୦୭ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୬୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୨୫୬ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୨୬ଜଣ, ବାଲେଶ୍ଵରରୁ ୫୨ଜଣ, ବରଗଡ଼ରୁ ୧୩ଜଣ, ଭଦ୍ରକରୁ ୧୯ଜଣ, ବଲାଙ୍ଗୀରିରୁ ୮ଜଣ, ବୌଦରୁ ଜଣେ, କଟକରୁ ୧୫୪ଜଣ, ଦେଓଗଡ଼ରୁ ୬ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୨୩ଜଣ, ଯାଜପୁରରୁ ୪୫ଜଣ, ଝାରସୁଗୁଡାରୁ ୬ଜଣ, କଳାହଣ୍ଡିରୁ ୨ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୨୬ଜଣ, କେଉଁଝରରୁ ୧୦ଜଣ, ମାଲକାନଗିରିରୁ ୬ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୨୧ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୨୧ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୩୯ଜଣ, ସୁନ୍ଦରଗଡରୁ ୧୩ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୫୪ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୦ ଲକ୍ଷ ୮୮ ହଜାର ୫୧୩ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୯୫ ହଜାର ୪୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୪୩ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୭୮ ହଜାର ୨୪୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ହଜାର ୧୮୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Weather Report Odisha:ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ,ୟେଲୋ ୱାର୍ଣ୍ଣିଂ ଜାରି

Share this: