Odisha Covid Updates:ଆଜି ଓଡ଼ିଶାରେ ୧୯୧୭ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ୨୪ ଘଣ୍ଟାରେ ୧ ହଜାର ୯୧୭ ଜଣ କରୋନା ସଂକ୍ରମିତ (Coronavirus)  ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୦୯  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୦୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୫୧୮ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୯୧ଜଣ, ବାଲେଶ୍ଵରରୁ ୮୪ଜଣ, ବରଗଡ଼ରୁ ୧୯ଜଣ, ଭଦ୍ରକରୁ ୫୫ଜଣ, ବଲାଙ୍ଗୀରିରୁ ୧୦ଜଣ, ବୌଦ୍ଧରୁ ୭ଜଣ, କଟକରୁ ୨୫୬ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୩୭ଜଣ, ଗଜପତିରୁ ୧୬ଜଣ, ଗଞ୍ଜାମରୁ ୭ଜଣ, ଜଗତସିଂପୁରରୁ ୯୨ଜଣ, ଯାଜପୁରରୁ ୮୭ଜଣ, ଝାରସୁଗୁଡାରୁ ୯ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳରୁ ୨୫ଜଣ, କେନ୍ଦ୍ରାପଡ଼ାରୁ ୭୩ଜଣ, କେଉଁଝରରୁ ୩୩ଜଣ, କୋରାପୁଟରୁ ୧୦ଜଣ, ମାଲକାନଗିରିରୁ ୧୨ଜଣ, ମୟୁରଭଞ୍ଜରୁ ୬୯ଜଣ, ନବରଙ୍ଗପୁରରୁ ୧୦ଜଣ, ନୟାଗଡ଼ରୁ ୭୬ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୧୧୮ଜଣ, ରାୟଗଡାରୁ ୧୧ଜଣ, ସମ୍ବଲପୁରରୁ ୧୫ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡରୁ ୫୦ ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୦୯ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୪ ଲକ୍ଷ ୩୫ ହଜାର ୯୦୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬୩ ହଜାର ୮୫୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୨୧୦ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୩୯ ହଜାର ୧୬୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯ ହଜାର ୨୬୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | China Flood:ଚୀନରେ ହଜାରେ ବର୍ଷରେ ଏମିତି ହୋଇନଥିଲା ବର୍ଷା, ସ୍ଥିତି ଅଣାୟତ

Share this: