Odisha Covid Updates:ଆଜି ଓଡ଼ିଶାରେ ୧୬୨୯ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ୨୪ ଘଣ୍ଟାରେ ୧ ହଜାର ୬୨୯ଜଣ କରୋନା ସଂକ୍ରମିତ (Coronavirus)  ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୩୯  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୯୦ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୫୩୨ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୪୪ଜଣ, ବାଲେଶ୍ଵରରୁ ୯୩ଜଣ, ବରଗଡ଼ରୁ ୧୧ଜଣ, ଭଦ୍ରକରୁ ୭୬ଜଣ, ବଲାଙ୍ଗୀରିରୁ ୫ଜଣ, ବୌଦରୁ ୨ଜଣ, କଟକରୁ ୧୬୦ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୩୯ଜଣ, ଗଜପତିରୁ ୨ଜଣ,  ଗଞ୍ଜାମରୁ ୮ଜଣ, ଜଗତସିଂପୁରରୁ ୬୭ଜଣ, ଯାଜପୁରରୁ ୮୪ଜଣ, ଝାରସୁଗୁଡାରୁ ୫ଜଣ, କଳାହଣ୍ଡିରୁ ୫ଜଣ, କନ୍ଧମାଳରୁ ୧୬ଜଣ, କେନ୍ଦ୍ରାପଡ଼ାରୁ ୪୭ଜଣ, କେଉଁଝରରୁ ୨୯ଜଣ, କୋରାପୁଟରୁ ୪ଜଣ, ମାଲକାନଗିରିରୁ ୫ଜଣ, ମୟୁରଭଞ୍ଜରୁ ୫୩ଜଣ, ନବରଙ୍ଗପୁରରୁ ୬ଜଣ, ନୟାଗଡ଼ରୁ ୩୮ଜଣ, ନୂଆପଡ଼ାରୁ ୧୦ଜଣ, ପୁରୀରୁ ୯୬ଜଣ, ରାୟଗଡାରୁ ୧୨ଜଣ, ସମ୍ବଲପୁରରୁ ୧୪ଜଣ, ସୋନପୁରରୁ ୨୨ଜଣ, ସୁନ୍ଦରଗଡରୁ ୨୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୧୩ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୭ ଲକ୍ଷ ୧୮ହଜାର ୮୯୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୭୦ ହଜାର ୮୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୨୦୪ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୪୭ ହଜାର ୩୮୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭ହଜାର ୭୪୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

Also Read | ଇସ୍ତଫା ଦେଲେ ବିଏସ୍ ୟେଦୁରୁପ୍ପା, କହିଲେ କର୍ଣ୍ଣାଟକରେ BJP କୁ ସାଇକେଲରେ ବୁଲିବୁଲି ଠିଆ କରେଇଛି

Share this: