Coronavirus Report: ଓଡ଼ିଶାରରୁ କରୋନା ନେଲା ୬୬ଜଣଙ୍କ ଜୀବନ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୬ଜଣଙ୍କ ଜୀବନ ନେଇଛି କରୋନା (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୮୩୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି କଟକ ଜିଲାରୁ ୧୦ଜଣ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଭଦ୍ରକରୁ ୬ଜଣ ଏବଂ ଯାଜପୁର ଜିଲ୍ଲାରୁ ୫ଜଣ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ, ଜଗତସିଂପୁର ଏବଂ ପୁରୀ ଜିଲାରୁ ୪ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ବାଲେଶ୍ଵର, ଝାରସୁଗୁଡା, କେନ୍ଦ୍ରାପଡ଼ା ଏବଂ ମୟୁରଭଞ୍ଜରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବୌଦ, ଦେଓଗଡ, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୯ ଲକ୍ଷ ୫୦ ହଜାର ୪୪୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୭୫ ହଜାର ୬୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୩୯ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୫୩ ହଜାର ୮୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬ହଜାର ୭୧୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read | Online News Media ଆଉ ପ୍ରଚାର କରିପାରିବେନି ମିଛ ଓ ଗୁଜବ ଖବର, Facebook ଏବଂ Google ରେ

Share this: