Odisha Covid19: ରାଜ୍ୟରେ ଆଜି ୧୯୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧ହଜାର ୯୩୧ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୧୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୭୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୧୨୦ଜଣ, ଗଞ୍ଜାମରୁ ୨୭ ଜଣ, କଟକରୁ ୧୫୩ ଜଣ, କନ୍ଧମାଳ ଜିଲ୍ଲାରୁ ୪୬ଜଣ, କୋରାପୁଟରୁ ୨୯ ଜଣ, କେନ୍ଦ୍ରାପଡ଼ାରୁ ୬୧ ଜଣ, କେଉଁଝରରୁ ୬୫ଜଣ ଓ କଳାହାଣ୍ଡିରୁ ୪୫ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୭ ଜଣ, ସୁନ୍ଦରଗଡ଼ରୁ ୧୦୪ ଜଣ ଓ ସୋନପୁର ଜିଲ୍ଲାରୁ ୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୬୭ ଜଣ, ଜଗତସିଂହପୁରରୁ  ୭୮ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୫୬ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୬୬ ଜଣ, ବାଲେଶ୍ଵରରୁ ୭୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬୪ ଜଣ, ବୌଦ୍ଧରୁ ୭ ଜଣ ଏବଂ ଭଦ୍ରକରୁ ୬୪ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ୯ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୭୨ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୩ ଜଣ, ନବରଙ୍ଗପୁରରୁ ୬୨ ଜଣ ଓ ନୂଆପଡ଼ାରୁ ୪୩ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୩୫ ଜଣ, ରାୟଗଡାରୁ ୨୫ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯୯ ଜଣ ଏବଂ ମାଲକାନଗିରିରୁ ୩୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୫୧ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୧ ଲକ୍ଷ ୫୯ହଜାର ୩୯୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୭୪ ହଜାର ୧୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୫୨ହଜାର ୧୯୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦ ହଜାର ୭୫୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read | Odisha:ଶୀତ ଋତୁରେ କରୋନା ଭୟଙ୍କର ହେବ, ଘରେ ରହି ପୂଜା କରନ୍ତୁ ଏବଂ ଭିଡ଼ ଜମାନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

Share this: