Covid Cases Odisha: ଆଜି ଓଡ଼ିଶାରେ ୮୫୩ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷ ମଧ୍ୟରେ ଅଛନ୍ତି ୧୦୦ଜଣ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ କମୁଛି କରୋନା (Coronavirus) ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୯୬ଜଣ   ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୫୭ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ୧୮ ବର୍ଷ ମଧ୍ୟରେ ଅଛନ୍ତି ୧୦୦ଜଣ।ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସର୍ବାଧିକ ୨୮୬ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୨୯ଜଣ, ବାଲେଶ୍ଵରରୁ ୪୬ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୧୮ଜଣ, ବଲାଙ୍ଗୀରିରୁ ୨ଜଣ, କଟକରୁ ୧୪୦ଜଣ, ଦେଓଗଡ଼ରୁ ୧୩ଜଣ, ଢେଙ୍କାନାଳରୁ ୧୦ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୧୧ଜଣ, ଜଗତସିଂପୁରରୁ ୩୨ଜଣ, ଯାଜପୁରରୁ ୩୩ଜଣ, ଝରସୁଗୁଡ଼ାରୁ ୨ଜଣ, କଳାହଣ୍ଡିରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୧ଜଣ, କେଉଁଝରରୁ ୧୬ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୧ଜଣ, ନୟାଗଡ଼ରୁ ୨୨ଜଣ, ପୁରୀରୁ ୩୫ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ୧୯ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୫୯ଜଣ ସଂକ୍ରମିତ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୪ ଲକ୍ଷ ୮୩ ହଜାର ୭୦୬ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୦ ଲକ୍ଷ ୯୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୭୯ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୪ ହଜାର ୨୨୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୩୦୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: