Covid-19 Odisha: ଆଜି ୨୧ ଜିଲ୍ଲାରୁ ୬୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ କିଛିଦିନ ଧରି ଲଗାତାର ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି। ଗତକାଲି ୧୯ ଜିଲ୍ଲାରୁ ୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ୨୧ ଜିଲ୍ଲାରୁ ୬୮ ଜଣ କରୋନା (Covid-19) ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି, ଅନୁଗୋଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵରରୁ ୬ ଜଣ, ବରଗଡ଼ରୁ ୧ ଜଣ,ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ,ବୌଦ୍ଧରୁ ଜଣେ, କଟକରୁ ୨ଜଣ, ଦେଓଗଡରୁ ୩ ଜଣ,ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଯାଜପୁରରୁ ୪ ଜଣ, ଝାରସୁଗୁଡାରୁ ୫ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୧ଜଣ,ପୁରୀରୁ ୩ ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡରୁ ୬ ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୨ ଲକ୍ଷ ୩୦ ହଜାର ୪୪୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩୬ ହଜାର ୮୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୭ ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୨୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Also Read | DAC Approves: ୧୩ ହଜାର ୭୦୦ କୋଟି ଟଙ୍କା ମୂଲ୍ୟର ପ୍ରସ୍ତାବକୁ ପ୍ରତିରକ୍ଷା ଅଧିଗ୍ରହଣ ପରିଷଦର ଅନୁମୋଦନ
[amazon_auto_links id=”10233″]