Odisha Covid19: ଆଜି ୨୯୯୫ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୨ ହଜାର ୯୯୫ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୭୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୨୫୮ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୬୮  ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୪୭ ଜଣ, କଟକରୁ ୧୬୬  ଜଣ, କନ୍ଧମାଳ ଜିଲ୍ଲାରୁ ୪୩  ଜଣ, କୋରାପୁଟରୁ ୪୩ ଜଣ, କେନ୍ଦ୍ରାପଡ଼ାରୁ ୧୩୫ ଜଣ, କେଉଁଝରରୁ ୬୧ ଜଣ ଓ କଳାହାଣ୍ଡିରୁ ୬୩ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୩୮  ଜଣ, ସୁନ୍ଦରଗଡ଼ରୁ ୧୦୧ ଜଣ ଓ ସୋନପୁର ଜିଲ୍ଲାରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୯୦ ଜଣ, ଜଗତସିଂହପୁରରୁ ୬୨ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୬୪ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୯୩  ଜଣ, ବାଲେଶ୍ଵରରୁ ୧୨୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯୪ ଜଣ, ବୌଦ୍ଧରୁ ୩୧ ଜଣ ଏବଂ ଭଦ୍ରକରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୪୫  ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୪୪ ଜଣ, ନବରଙ୍ଗପୁରରୁ  ୬୭ ଜଣ ଓ ନୂଆପଡ଼ାରୁ ୭୪ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୬୮ ଜଣ, ଦେଓଗଡରୁ ୨୦ ଜଣ, ରାୟଗଡାରୁ ୧୭ ଜଣ, ଅନୁଗୋଳରୁ ୧୪୨ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯୨ ଜଣ ଏବଂ ମାଲକାନଗିରିରୁ ୮୨ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୦୨ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩୫ ଲକ୍ଷ ୬୯  ହଜାର ୬୦୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୪୦ ହଜାର ୯୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯ ହଜାର ୭୭୦  ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |CNG: ୪୨ଟି ସିଏନଜି ଷ୍ଟେସନ ଏବଂ ୩ ଟି ସିଟି ଗେଟ୍ ଷ୍ଟେସନ ରାଷ୍ଟ୍ରକୁ ଉତ୍ସର୍ଗ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this: