ଭୁବନେଶ୍ଵର:ରାଜ୍ୟରେ ଆଜି ୩,୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ୨୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୫୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୮୭ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୧୭୭ ଜଣ, କଟକରୁ ୪୯୨ ଜଣ,କନ୍ଧମାଳ ଜିଲ୍ଲାରୁ ୫୮ଜଣ,କୋରାପୁଟରୁ ୮୯ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ,କେଉଁଝରରୁ ୬୩ ଜଣ ଓ କଳାହାଣ୍ଡିରୁ ୨୭ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୮୨ଜଣ ,ସୁନ୍ଦରଗଡ଼ରୁ ୧୦୧ ଜଣ ଓ ସୋନପୁର ଜିଲ୍ଲାରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୭୬ଜଣ,ଜଗତସିଂହପୁରରୁ ୪୩ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୯୪ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୫୭ଜଣ, ବାଲେଶ୍ଵରରୁ ୧୧୯ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୯୯ଜଣ ,ବୌଦ୍ଧ ଜିଲ୍ଲାରୁ ୫ ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୮୨ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୯ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୨୧ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୭୬ଜଣ ,ନବରଙ୍ଗପୁରରୁ ୩୧ଜଣ ଓ ନୂଆପଡ଼ାରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୬୦ଜଣ,ଦେଓଗଡରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା ରୁ ୧୫୪ଜଣ, ଅନୁଗୋଳରୁ ୧୩ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୭୭ ଜଣ ଏବଂ ମାଲକାନଗିରିରୁ ୪୪ ଜଣ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୫ ଲକ୍ଷ ୫୩ ହଜାର ୨୫୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯୦ହଜାର ୯୮୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୨ ହଜାର ୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭ ହଜାର ୬୭୨ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Also Read: