Odisha Covid 19: ଆଜି ରାଜ୍ୟରେ ୧୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୩୮୫ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୮୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୫୯ ଜଣ, ଅନୁଗୋଳରୁ ୮୮ ଜଣ, ଗଞ୍ଜାମରୁ ୨୩ ଜଣ, କଟକରୁ ୧୦୯ ଜଣ, କନ୍ଧମାଳ ଜିଲ୍ଲାରୁ ୧୧ ଜଣ, କୋରାପୁଟରୁ ୨୮ ଜଣ, କେନ୍ଦ୍ରାପଡ଼ାରୁ ୪୨ ଜଣ, କେଉଁଝରରୁ ୫୭ ଜଣ ଓ କଳାହାଣ୍ଡିରୁ ୫୦ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୦ ଜଣ, ସୁନ୍ଦରଗଡ଼ରୁ ୯୧ ଜଣ ଓ ସୋନପୁର ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୨୩ ଜଣ, ଜଗତସିଂହପୁରରୁ ୫୦ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨୯ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୫୫ ଜଣ, ବାଲେଶ୍ଵରରୁ ୩୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୭୭ ଜଣ, ବୌଦ୍ଧରୁ ୪ ଜଣ ଏବଂ ଭଦ୍ରକରୁ ୩୧ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୩୫ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୩୨ ଜଣ, ନବରଙ୍ଗପୁରରୁ ୨୧ ଜଣ ଓ ନୂଆପଡ଼ାରୁ ୮୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୩୩ ଜଣ, ଦେଓଗଢ଼ରୁ ୮ ଜଣ, ରାୟଗଡାରୁ ୧୦ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୦୩ ଜଣ ଏବଂ ମାଲକାନଗିରିରୁ ୨୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୩୧ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୭ ଲକ୍ଷ ୮୭ ହଜାର ୦୨୬ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୯୭ ହଜାର ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୮୨ ହଜାର ୭୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୭୭୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read| Odisha : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ

Share this: