ରାଜ୍ୟରେ ପୁଣି ୨୬୪ କରୋନା ପଜିଟିଭ
ରାଜ୍ୟରେ ଆଉ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୨୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୪୧ ଜଣ , କେଉଁଝର ଜିଲ୍ଲାରୁ ୨୫,ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲାରୁ ୧୫ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। , ଝାରସୁଗୁଡା ଓ ବରଗଡ଼ ଜିଲାରୁ ୧୮ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। କଟକ ଓ ବାଲେଶ୍ୱର ଜିଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଜିଲ୍ଲ ରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୁଳ, ଜଗତସିଂହପୁର,ଓ ସୁନ୍ଦରଗଡ ଜିଲାରୁ ୪ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ମାଲକାନଗିରି,ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲା ରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି ,କୋରାପୁଟ, ଭଦ୍ରକ କନ୍ଧମାଳ,ନୂଆପଡ଼ା,ଗଜପତି,କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ଖବର ଅନୁସାରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ ଲକ୍ଷ ୫୫ ହଜାର ୮୦୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୬୬୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୮୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।