Odisha Covid19 Report: ଆଜି ଓଡିଶାରୁ ୨୫ ଚିହ୍ନଟ
ଭୁବନେଶ୍ଵର: Odisha Covid19 Report For Today ଓଡିଶାରୁ ବର୍ତ୍ତମାନ କରୋନା ସଂକ୍ରମଣ ଧୀରେ ଧୀରେ କମିସାରିଲାଣି। ଗତକାଲି ଓଡ଼ିଶାରୁ ୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୫ଜଣ ସଂକ୍ରମିତ ଚିହ୍ନଟ (Odisha Covid19 Report) ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ରାଜ୍ୟରୁ ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୨ଜଣ ଚିହ୍ନଟ ହୋଇଥିବାବେଳେ କଟକରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ୩ଜଣ, ମୟୂରଭଞ୍ଜରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡରୁ ୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୯୧ ହଜାର ୧୮୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୯୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୨୬୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Read Also
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

