ଓଡ଼ିଶାରେ ପୁଣି ନୂଆ ୨୨୪୪ ଜଣ କରୋନା ପଜିଟିଭ ଚିହ୍ନଟ,ମୋଟ ୬୨ ହଜାର ପାର

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୫୪ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୩୧୧ ଜଣ ଲେଖାଏଁ  ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୨୪୩ ଜଣ, କଟକରୁ ୧୯୪ ଜଣ,କନ୍ଧମାଳ ଜିଲ୍ଲାରୁ ୧୨୧ ଜଣ,କୋରାପୁଟରୁ ୯୪ ଜଣ, କେନ୍ଦ୍ରାପଡ଼ାରୁ ୨୭ଜଣ ,କେଉଁଝରରୁ ୧୩ ଜଣ ଓ କଳାହାଣ୍ଡିରୁ ୬୭ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୫ ଜଣ ,ସୁନ୍ଦରଗଡ଼ରୁ୧୩୬ ଜଣ  ଓ ସୋନପୁର ଜିଲ୍ଲାରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡା ଜିଲ୍ଲାରୁ ୧୬୦ଜଣ, ଯାଜପୁର ଜିଲ୍ଲାରୁ ୯୮ ଜଣ ,ଜଗତସିଂହପୁରରୁ ୧୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୧୨ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୩୫ଜଣ, ବାଲେଶ୍ଵରରୁ ୧୪୨ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୩୭ଜଣ ,ବୌଦ୍ଧଜିଲ୍ଲାରୁ ୪୯ ଜଣ  ଏବଂ ଭଦ୍ରକ ଜିଲ୍ଲାରୁ ୧୦୪ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୬୮ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୩ଜଣ ,ନବରଙ୍ଗପୁରରୁ ୨୧ ଜଣ ଓ ନୂଆପଡ଼ାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି।ମୟୁରଭଞ୍ଜ ରୁ ୯୧ ଜଣ ଏବଂ ମାଲକାନଗିରିରୁ ୯୮ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୯ଲକ୍ଷ ୫୮ ହଜାର ୯୨୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୬୨ହଜାର ୨୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୨ ହଜାର ୨୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ୧୯ ହଜାର ୬୧୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: