Odisha Covid19: ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୧୯୦୪ ଜଣ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧ ହଜାର ୯୦୪ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୮୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୧୦୯ ଜଣ, ଗଞ୍ଜାମରୁ ୩୯ ଜଣ, କଟକରୁ ୧୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କୋରାପୁଟରୁ ୩୬ଜଣ, କେନ୍ଦ୍ରାପଡ଼ାରୁ ୧୦୬ ଜଣ, କେଉଁଝରରୁ ୫୬ ଜଣ ଓ କଳାହାଣ୍ଡିରୁ ୭୬ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୪୪ ଜଣ, ସୁନ୍ଦରଗଡ଼ରୁ ୧୦୦ ଜଣ ଓ ସୋନପୁର ଜିଲ୍ଲାରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୪୯ ଜଣ, ଜଗତସିଂହପୁରରୁ ୭୩ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୫୧ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୩୫ ଜଣ, ବାଲେଶ୍ଵରରୁ ୯୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬୬  ଜଣ, ବୌଦ୍ଧରୁ ୨୪ ଜଣ ଏବଂ ଭଦ୍ରକରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୨ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୪୯ ଜଣ ସଂକ୍ରମିତ ହୋଇଛନ୍ତି। ଦେଓଗଢ଼ରୁ ୨୧ ଜଣ, ନୟାଗଡରୁ ୩୨ ଜଣ, ନବରଙ୍ଗପୁରରୁ ୪୩ ଜଣ ଓ ନୂଆପଡ଼ାରୁ ୧୨୮  ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୫୦  ଜଣ, ରାୟଗଡାରୁ ୧୭ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯୩ ଜଣ ଏବଂ ମାଲକାନଗିରିରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୪୩ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୧ ଲକ୍ଷ ୧୭ ହଜାର ୯୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୭୨ ହଜାର ୨୫୦  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୪୯ ହଜାର ୫୭୫ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧ ହଜାର ୪୫୪   ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read | Coal India: କୋଲ ଇଣ୍ଡିଆ କର୍ମଚାରୀ ୬୮୫୦୦ ଟଙ୍କା ବୋନସ ପାଇବେ, ଅକ୍ଟୋବର ୨୨ ସୁଦ୍ଧା ପ୍ରଦାନ

Share this: