Covid19 Odisha Updates: ଆଜି ଓଡିଶାରୁ ୩୩୯ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates ଆଜି ଓଡ଼ିଶାରୁ ଆଉ ୩୩୯  ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କୋଭିଡ ନିୟମ ପାଳନ କରି ନିଜେ ସୁରକ୍ଷିତ ରହିବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ରହିବାରେ ସହାୟକ ହୁଅନ୍ତୁ। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୬୯ ଜଣ। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୯୯ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Also Read | Indian Railways New Rules: ଏଥର ଟ୍ରେନରେ ଯାତ୍ରା ବେଳେ Mobile ରେ ଜୋରରେ କଥା ହେବା ମନା, ପାରିବେନି ଗୀତ ଶୁଣି 

ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳ ଜିଲ୍ଲାରରୁ ୧୪ ଜଣ, ବାଲେଶ୍ଵରରୁ୧୪ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୪ ଜଣ,ବଲାଙ୍ଗୀରିରୁ ୩ ଜଣ, ବୌଦରୁ ୨ ଜଣ, କଟକରୁ ୧୭ ଜଣ, ଦେଓଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨୫ ଜଣ, ଗଞ୍ଜାମରୁ ୧୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡାରୁ ୧୨ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, ଖୋର୍ଦ୍ଧାରୁ ୩୬ ଜଣ, କୋରପୁଟରୁ ୧୬ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରୁ ୪ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ଜଣେ, ରାୟଗଡାରୁ ୬ ଜଣ, ସୋନପୁରରୁ ୮ ଜଣ, ସମ୍ବଲପୁରରୁ ୧୪ ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୦ ଲକ୍ଷ ୪୫ ହଜାର ୪୩୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୩ ହଜାର ୯୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୯୭ ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୧ ହଜାର ୧୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ ହଜାର ୮୬୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Odisha Panchayat Election 2022: ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ, ମତଦାନ ଜାରି

Share this: