Odisha Floods Updates: ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧୫ ଦିନ ରିଲିଫ ଘୋଷଣା

Share this:

ଭୁବନେଶ୍ୱର: Odisha Floods Latest Updates ଓଡ଼ିଶାରେ ବନ୍ୟା ପରିସ୍ଥିତି ଚିନ୍ତାଜନକ। ଆଜି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହୋଇଛି। ଚାଷ ଜମି ସମେତ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି।

ବନ୍ୟାଞ୍ଚଳ ପରିଦର୍ଶନ ପରେ ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫ଦିନ ପାଇଁ ରିଲିଫ୍‌ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା ଏବଂ ଜଗତ୍‌ସିଂହପୁର ଜିଲାର ବନ୍ୟା ପୀଡିତଙ୍କ ପାଇଁ ୧୫ ଦିନ ଏବଂ ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଏବଂ ଅନୁଗୁଳ ଜିଲା ପାଇଁ ୭ ଦିନ। ଏହାସହ ବନ୍ୟା ଛାଡିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ବୋଲି ଜଣାପଡ଼ିଛି।

ସେହିପରି ରାଜ୍ୟରେ ବନ୍ୟାସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା କହିଛନ୍ତି ଲଘୁଚାପ ଯୋଗୁଁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବନ୍ୟାର ମୁକାବିଲା ପାଇଁ ସରକାରଙ୍କ ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *