Corona Cases Odisha: ଓଡିଶାରୁ ଆଜି ୧୯ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡ଼ିଶାରୁ ୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୯ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, କଟକରୁ ୨ଜଣ, ଝାରସୁଗୁଡାରୁ ଜଣେ, ସମ୍ବଲପୁରରୁ ଜଣେ ଏବଂ ସୁନ୍ଦରଗଡରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୭୩ହଜାର ୪୭୩ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୩୦୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *