Matric Examination: ଓଡ଼ିଶା ମାଟ୍ରିକ ପରୀକ୍ଷା ବାତିଲ

Share this:

କଟକ: ଓଡ଼ିଶାରେ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (BSE) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା (Matric Examination) ବାତିଲ ହୋଇଛି। ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଏ ନେଇ ଘୋଷଣା କରିଛନ୍ତି। କରୋନା ସଂକ୍ରମଣକୁ ନଜରରେ ରଖି ମାଟ୍ରିକ ପରୀକ୍ଷା ବାତିଲ୍ ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ବୋର୍ଡ ପକ୍ଷରୁ ଧାର୍ଯ୍ୟ ପଦ୍ଧତିରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯିବ। ଯେଉଁମାନେ ପରୀକ୍ଷା ଫଳକୁ ନେଇ ଅସନ୍ତୁଷ୍ଟ ହେବେ ସେମାନଙ୍କ ପାଇଁ ପରବର୍ତ୍ତୀ ସମୟରେ ପରୀକ୍ଷା କରାଯିବ। ଯଦି ମିଳିଥିବା ମାର୍କକୁ ନେଇ କୌଣସି ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ଥାନ୍ତି ତେବେ କରୋନା ସ୍ଥିତି ସୁଧୁରିଲେ ସେ ପରୀକ୍ଷା ଦେଇପାରିବେ।

ସୂଚନାଯୋଗ୍ୟ ଆସନ୍ତା ମେ ୧୯ ତାରିଖରେ ମାଟ୍ରିକ ପରୀକ୍ଷା ହେବାର ଥିଲା। ମାତ୍ର ମୁଖ୍ୟମନ୍ତ୍ରୀ ଏହାକୁ ସ୍ଥଗିତ ରଖିବା ଘୋଷଣା କରିବା ସହ ଚୂଡ଼ାନ୍ତ ନିଷ୍ପତ୍ତି ପରେ ହେବ ବୋଲି କହିଥିଲେ। ଗତକାଲି ଛାତ୍ରଛାତ୍ରୀ ବୋର୍ଡ ପରୀକ୍ଷା ହେବାକୁ ନେଇ ତୁରନ୍ତ ନିଷ୍ପତ୍ତି ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିବା ସହ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହାପରେ ଆଜି ଗଣଶିକ୍ଷା ମନ୍ତ୍ରୀ ମାଟ୍ରିକ ପରୀକ୍ଷା ବାତିଲ୍ ନିଷ୍ପତ୍ତି ଘୋଷଣା କରିଛନ୍ତି।

Also Read | CBSE ବୋର୍ଡ ପରୀକ୍ଷାରେ ବଡ ନିଷ୍ପତ୍ତି, ଦଶମ ପରୀକ୍ଷା ବାତିଲ, ଦ୍ୱାଦଶ ପରୀକ୍ଷା ସ୍ଥଗିତ

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *