ଓଡ଼ିଶାରେ ରେକର୍ଡ ୩,୯୯୬ କାରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩ ହଜାର ୯୯୬ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ  ୨ହଜାର ୩୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts)ରୁ ୧୬୩୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯(Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୦୬ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୮୯ ଜଣ, କଟକରୁ ୩୫୪ଜଣ, କନ୍ଧମାଳ ଜିଲ୍ଲାରୁ ୪୭ ଜଣ, କୋରାପୁଟରୁ ୯୩ ଜଣ, କେନ୍ଦ୍ରାପଡ଼ାରୁ ୧୩୦ଜଣ, କେଉଁଝରରୁ ୬୦ ଜଣ ଓ କଳାହାଣ୍ଡିରୁ ୫୮ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୧୩୮ ଜଣ,ସମ୍ବଲପୁରରୁ ୯୧ ଜଣ, ସୁନ୍ଦରଗଡ଼ରୁ ୮୮ଜଣ ଓ ସୋନପୁର ଜିଲ୍ଲାରୁ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୧୯ ଜଣ, ଜଗତସିଂହପୁରରୁ ୧୨୨ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୭୯  ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୯୭ ଜଣ, ବାଲେଶ୍ଵରରୁ ୨୦୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୨୪ ଜଣ, ବୌଦ୍ଧରୁ ୩୯ ଜଣ ଏବଂ ଭଦ୍ରକରୁ ୧୧୨ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୨୫ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୨୭୯ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୭୭ ଜଣ, ନବରଙ୍ଗପୁରରୁ ୧୫୧ ଜଣ ଓ ନୂଆପଡ଼ାରୁ ୧୦୩ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୮୭ ଜଣ, ଦେଓଗଡରୁ ୧୦ ଜଣ, ରାୟଗଡାରୁ ୧୦୫ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୬୦ଜଣ ଏବଂ ମାଲକାନଗିରିରୁ ୪୭ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୦୬ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୩ ଲକ୍ଷ ୨୩ ହଜାର ୬୪୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧ ଲକ୍ଷ ୪୩ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧ ଲକ୍ଷ ୮ ହଜାର ୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ହଜାର ୪୫୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read:

ଭାରତରେ ପୁଣି ରେକର୍ଡ ସଂଖ୍ୟକ ୯୬ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ,୧୨୦୯ ଜଣଙ୍କ ମୃତ୍ୟୁ

ଳିତ ପୂଜାଋତୁ ପାଇଁ ରାଜ୍ୟ ସରକାରଙ୍କ ଗାଇଡଲାଇନ ଜାରୀ

Share this: