ଓଡ଼ିଶାରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ,୨୪ ଘଣ୍ଟାରେ ୩ ହଜାର ପାର

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି ୩୩୭୧କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ୨୦୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୧୮ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ( COVID-19 )ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୫୪୭ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ୧୯୬ ଜଣ, କଟକରୁ ୩୫୭ଜଣ,କନ୍ଧମାଳ ଜିଲ୍ଲାରୁ ୪୧ଜଣ, କୋରାପୁଟରୁ ୯୧ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ, କେଉଁଝରରୁ ୭୪ ଜଣ ଓ କଳାହାଣ୍ଡିରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୭ଜଣ, ସୁନ୍ଦରଗଡ଼ରୁ ୧୫୪ ଜଣ ଓ ସୋନପୁର ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୭୩ ଜଣ, ଜଗତସିଂହପୁରରୁ ୯୫ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୯୩ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୧୪ ଜଣ, ବାଲେଶ୍ଵରରୁ ୯୮ଜଣ, ବଲାଙ୍ଗୀରି ଜିଲ୍ଲାରୁ ୭୬ ଜଣ, ବୌଦ୍ଧ ଜିଲ୍ଲାରୁ ୪  ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୧୧୪ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୪୪ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୭୧ଜଣ, ନବରଙ୍ଗପୁରରୁ ୬୫ଜଣ ଓ ନୂଆପଡ଼ାରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୬୭ଜଣ, ଦେଓଗଡରୁ ୮ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା ରୁ ୧୪୬ ଜଣ, ଅନୁଗୋଳରୁ ୬୩ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯୨ଜଣ ଏବଂ ମାଲକାନଗିରିରୁ ୧୩୪ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୪ ଲକ୍ଷ ୮୫ ହଜାର ୧୬୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮୭ ହଜାର ୬୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୯ହଜାର ୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭ ହଜାର ୬୩୮ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read:

ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ:ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କିଛି ମହିଳା ଓ ପୁରୁଷ ଏପରି କରିଦେଖାଇଲେ

Share this: