ଓଡ଼ିଶାରେ ରେକର୍ଡ ସଂଖ୍ୟକ ୨୮୯୮ ଜଣ କରୋନା ପଜିଟିଭ ଚିହ୍ନଟ,ଖୋର୍ଦ୍ଧାରେ ସର୍ବାଧିକ ୫୨୪

Share this:

ଭୁବନେଶ୍ଵର:ରାଜ୍ୟରେ ଆଜି ୨୮୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୭୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୦୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୫୨୪ଜଣ ଲେଖାଏଁ  ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ୨୨୬ ଜଣ, କଟକରୁ ୨୪୧ ଜଣ,କନ୍ଧମାଳ ଜିଲ୍ଲାରୁ ୭୬ ଜଣ,କୋରାପୁଟରୁ ୧୩୨ଜଣ, କେନ୍ଦ୍ରାପଡ଼ାରୁ୫୭ ଜଣ ,କେଉଁଝରରୁ ୩୫  ଜଣ ଓ କଳାହାଣ୍ଡିରୁ ୭୬ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୬୬ ଜଣ ,ସୁନ୍ଦରଗଡ଼ରୁ ୧୫୫ ଜଣ  ଓ ସୋନପୁର ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୬୯ ଜଣ ,ଜଗତସିଂହପୁରରୁ ୮୪ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୪୯ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୯ଜଣ, ବାଲେଶ୍ଵରରୁ ୧୪୦ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୧୭୩ ଜଣ ,ବୌଦ୍ଧଜିଲ୍ଲାରୁ ଜଣେ ଏବଂ ଭଦ୍ରକ ଜିଲ୍ଲାରୁ ୧୦୭ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୫୩  ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୦୪ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୩୨ଜଣ ,ନବରଙ୍ଗପୁରରୁ ୩୭ ଜଣ ଓ ନୂଆପଡ଼ାରୁ ୮ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୪୪ ,ଦେଓଗଡ ରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି।ମୟୁରଭଞ୍ଜ ରୁ ୫୩  ଜଣ ଏବଂ ମାଲକାନଗିରିରୁ ୫୬ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୧ ଲକ୍ଷ ୧୫ ହଜାର ୯୪୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୭୦ହଜାର ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ହଜାର ୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୬୫୧ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: