Covid-19 Odisha: ରାଜ୍ୟରୁ ଆଉ ୫୭ ଜଣଙ୍କ ଜୀବନ ନେଲା କରୋନା

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ନେଲା ଆଉ ୫୭ଜଣଙ୍କ ଜୀବନ। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୪୧୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ଗଞ୍ଜାମ, ନୟାଗଡ, ସୁନ୍ଦରଗଡ ଏବଂ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ, କଳାହାଣ୍ଡି ଏବଂ କୋରାପୁଟରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ ଅନୁଗୁଳ ଏବଂ ମୟୁରଭଞ୍ଜରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, କଟକ, ଦେଓଗଡ଼ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୩ ଲକ୍ଷ ୩୫ ହଜାର ୮୦୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୩୨  ହଜାର ୩୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୯୨୦ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୨୮୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭ ହଜାର ୫୮୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | New Cabinet: ଓଡ଼ିଶାକୁ ମିଳିଲା ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀପଦ; ଶିକ୍ଷା, ରେଳ ଏବଂ ଜଳ ସମ୍ପଦ ବିଭାଗ, ଧର୍ମେନ୍ଦ୍ର ପ୍ରଧାନ ହେଲେ ଶିକ୍ଷାମନ୍ତ୍ରୀ

Share this: