Covid-19 Odisha Report: ଓଡ଼ିଶାରେ ପୁଣି କରୋନା ନେଲା ୬୨ଜଣଙ୍କ ଜୀବନ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଆଉ ୬ଜଣଙ୍କ ଜୀବନ ନେଇଛି କରୋନା (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୫୭୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୨ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡ ରୁ ୧୦ଜଣ ମୃତ୍ୟୁବରଣ କରିଛନ୍ତି।କେନ୍ଦୁଝର ଜିଲ୍ଲାରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ ଯାଜପୁରରୁ ୨ଜଣ ଆକ୍ରନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂପୁର, କନ୍ଧମାଳ ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୬ ଲକ୍ଷ ୫୬ ହଜାର ୨୦୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬୯ ହଜାର ୧୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୧୦୮ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୪୫ ହଜାର ୧୭୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮ହଜାର ୩୮୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]
Share this: