Odisha Reports New Covid : ବଡ଼ ଖବର! ଓଡିଶାରୁ କମିଲା ସଂକ୍ରମଣ, ଆଜି ୬ ଚିହ୍ନଟ

Share this:

ଭୁବନେଶ୍ଵର: Odisha Reports New Covid ଓଡିଶାରୁ କରୋନା ସଂକ୍ରମଣ ବର୍ତ୍ତମାନ ୧୦ ତଳକୁ ଖସି ଆସିଛି। ଯାହା ରାଜ୍ୟ ପାଇଁ ଏକ ବଡ଼ ଖବର। ଗତକାଲି ୨୩ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ପୁଣି ରାଜ୍ୟରୁ ଗତ ୨୪ ଘଣ୍ଟାରେ ନୂଆ ୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରୁ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ କେହି ଜଣେ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା (Odisha Reports New Covid) ଦିଆଯାଇଛି।

 travel bags under 299

ଆଜି ଓଡ଼ିଶାରୁ ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା, କୋରାପୁଟ, ନୟାଗଡ, ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏଥିସହିତ ସମ୍ବଲପୁରରୁ ମଧ୍ୟ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ କେହି ଜଣେ ଚିହ୍ନଟ ହୋଇନାହାନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୮ ଲକ୍ଷ ୮୩ ହଜାର ୫୫୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୬ ହଜାର ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୮୪୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ଆଜି ଭାରତରୁ ୧୧୩୨ ଜଣ ଚିହ୍ନଟ, ୧୪ ମୃତ

ସେହିପରି ଆଜି ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ୪ କୋଟି ୪୬ ଲକ୍ଷ ୬୦ ହଜାର ୫୭୯କୁ ବୃଦ୍ଧି ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆଜି ରବିବାର ପ୍ରକାଶ କରିଛନ୍ତି।


ଏଥିସହିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୦୦କୁ ବୃଦ୍ଧି ପାଇଛି। ଆଜି ୧୪ଜଣଙ୍କର ମୃତ୍ୟୁ ଘଟିଛି, ଏଥିରେ ପୂର୍ବର ରିପୋର୍ଟ୍ ମିଶିଛି। କେରଳରୁ ସର୍ବାଧିକ ୮ଜଣ (Reconciled by Kerala) ଅଛନ୍ତି।


ଆଜି ରବିବାରର ତଥ୍ୟ ଅନୁଯାୟୀ ୨୪ଘଣ୍ଟା ମଧ୍ୟରେ ସକ୍ରିୟ ମାମଲା ୧୪ ହଜାର ୮୩୯କୁ ହ୍ରାସ ପାଇଛି। ସକ୍ରିୟ ମାମଲା ଭାରତରେ ମୋଟ ସଂକ୍ରମଣର ୦.୦୪ ପ୍ରତିଶତ ଅଟେ। ଜାତୀୟ ପୁନରୁଦ୍ଧାର ହାର ୯୮.୭୮ ପ୍ରତିଶତକୁ ବୃଦ୍ଧି ପାଇଛି ବୋଲି ସରକାର କହିଛନ୍ତି।

amazon _shoes

YOU MIGHT ALSO LIKE IT

Read Also


Share this:

Leave a Reply

Your email address will not be published. Required fields are marked *