ଓଡ଼ିଶାରେ ଆଜି ପୁଣି ୪୬ ଜଣ Corona ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ଓଡ଼ିଶା (Odisha) ରୁ ୪୬ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ସୁନ୍ଦରଗଡ, ନୟାଗଡ ଓ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଗଞ୍ଜାମ ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ବାଲେଶ୍ଵର, ବରଗଡ଼, ଜଗତସିଂପୁର , କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ସୁବର୍ଣ୍ଣପୂର ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୯ ଲକ୍ଷ ୮ ହଜାର ୯୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୧୬ ହଜାର ୧୦୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୪୫୭ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୮୦ ହଜାର ୯୯୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ହଜାର ୯୫୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Matric Examination:ଜୁଲାଇ ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା ଆରମ୍ଭ

Share this: