Odisha weather forecast: କିଛି ଜିଲ୍ଲାରେ ଆସନ୍ତା କାଲି ଘନକୁହୁଡି
ଭୁବନେଶ୍ଵର: odisha weather forecast ଓଡ଼ିଶାରେ ଆସନ୍ତା ୨ଦିନ ପରେ ଶୀତ ବଢିବାର ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟର ପାଗ ଶୁଖିଲା ରହିଛି।
ଗତ କିଛିଦିନ ମଧ୍ୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର କୁହୁଡ଼ି ପରିଲକ୍ଷିତ ହୋଇଥିଲା। ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ଖସିଛି। ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ବଢ଼ିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
Advertisement

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ନବରଙ୍ଗପୁରରେ ୩୧.୬ ଡିଗ୍ରୀ ସେଲ୍ସିୟସ ଥିବାବେଳେ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୩. ୮ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ଆଗାମୀ ଦୁଇରୁ ଚାରିଦିନ ଭିତରେ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ସୂଚନା ରହିଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗରେ (Odisha weather forecast) କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। କିନ୍ତୁ ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
Advertisement

Read Also
- Maha Vishuba Sankranti: ମହାବିଷୁବ ସଂକ୍ରାନ୍ତି 2026 ଓଡ଼ିଆ ନବବର୍ଷର ଗୁରୁତ୍ୱ, ପରମ୍ପରା ଓ ପାଳନ ପ୍ରଣାଳୀ

- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

