Odisha Weather News : ଆସନ୍ତା ୨ଦିନ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : Odisha Weather News ଓଡ଼ିଶାରେ ବର୍ଷା ଜାରି ରହିଛି। ଯେହେତୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ରହି ରହିଛି। ଆସନ୍ତାକାଲି ୯ ତାରିଖଠାରୁ ଉପକୂଳ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ। ସେହିପରି ୧୦ ତାରିଖରେ ଉପକୂଳବର୍ତ୍ତୀ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନା ଅନୁସାରେ ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଲାଗିରହିଛି। ଏହି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେବାକୁ ଥିବାରୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପୁଣି ପ୍ରବଳ ବର୍ଷା ହେବାର ସୂଚନା ରହିଛି।
ଆଜି ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ଵର ପାଣିପାଗ କେନ୍ଦ୍ରର ଅନୁମାନ ଅନୁସାରେ, ଆଜି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ।

କୁମାରପୂର୍ଣ୍ଣିମାରୁ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଉପକୂଳ ଜିଲାଗୁଡିକରେ ବର୍ଷା ପ୍ରବଳ ହେବ। ସେହିପରି ୧୦ ତାରିଖ ଦିନ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏବର୍ଷ ଲକ୍ଷ୍ମୀ ପୂଜା ବର୍ଷା ପାଇଁ ଫିକା ପଡ଼ିଯିବ ବୋଲି ଆଶଙ୍କା ଦେଖା ଦେଇଛି।
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

