Odisha Weather Report : ଆସନ୍ତା କାଲି ରାଜ୍ୟରେ ପ୍ରବଳ ବର୍ଷା,କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

heavy-rains_odisha
Share this:

ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Latest Updates ରାଜ୍ୟରେ ଆସନ୍ତା କାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବର୍ତ୍ତମାନ ସକ୍ରିୟ ରହିଛି।ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି।

ସୂଚନା ଅନୁସାରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା କାଲିପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ, ଜଗତ୍‍ସିଂହପୁର ଓ କଟକ ଜିଲ୍ଲା ଲାଗି ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Read Also | Odisha BJP MLA: ଓଡ଼ିଶା ବିଧାନସଭାର ବିରୋଧୀ ଦଳର  ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ

Share this:

Leave a Reply

Your email address will not be published.