Odisha Weather Report:ଆସନ୍ତା ୨୪ ଘଣ୍ଟାରେ କେତେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଆସୁଛି ଲଘୁଚାପ

Share this:

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ ଠାରୁ ୫.୮ କିମି ମଧ୍ୟରେ ଆଜି ସୃଷ୍ଟି ହୋଇଥିବା ଘୂର୍ଣ୍ଣୀବଳୟ ପ୍ରଭାବରେ ୨୮ ଜୁଲାଇ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୨୮ ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡିକରେ ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସହିତ, ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସମ୍ଭାବିତ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳୁଆ ଅଞ୍ଚଳରେ ସାମୟିକ ଜଳମୟ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଏହି ଅଞ୍ଚଳର ଚାଷ ଜମି ଗୁଡିକରୁ ଅଧିକ ଜଳ ନିଷ୍କାସନ କରିବାର ସମ୍ଭାବନା ବଢିପାରେ। ଏହା ସହିତ ପ୍ରଭାବିତ ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷାଜଳ ଜମିବା ସହିତ ଯାତାୟତ କରିବାରେ ଅସୁବିଧା ହୋଇପାରେ।

amazon

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକ ହେଲେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ନୟାଗଡ଼, ମୟୁରଭଞ୍ଜ, ଖୋର୍ଧା, ବୌଦ୍ଧ ଓ ପୁରୀ। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କେତକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ସୁବର୍ଣ୍ଣପୁର ରହିଛି। ବର୍ଷା ସମୟରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ୨୯ ତାରିଖରେ ସୁନ୍ଦରଗଡ, ଦେଓଗଡ, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଜଗତସିଂପୁର, ପୁରୀ, ଝାରସୁଗୁଡା, ଖୋର୍ଦ୍ଧା, ସୋନପୁର ଏବଂ ବରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  

Also Read | https://amzn.to/3iNMcam

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *