Odisha Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୬ରୁ ଲଘୁଚାପ
ବଡଖବର
- ରାଜ୍ୟରେ ଘଡ଼ଘଡି ସହ କାଳବୈଶାଖୀ ହେବାର ସମ୍ଭାବନା। ୧୨ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି।
- ଅଗଷ୍ଟ ୬ ରେ ଲଘୁଚାପ ସୃଷ୍ଟି ହେବ।
ଭୁବନେଶ୍ଵର: Odisha Weather Report ଓଡ଼ିଶାରେ ମୌସୁମୀ ଦୁର୍ବଳ। ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା ନାହିଁ। ଫଳରେ ଦିନର ତାପମାତ୍ରା ବୃଦ୍ଧି ପାଇଛି। ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି ସହ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜଳ, ଅନୁଗୁଳ, ଢେଙ୍କାନାଳ, ରାଜପୁର, ଭଦ୍ରକ, ବାଲେଶ୍ୱର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଅଗଷ୍ଟ ୧ ଏବଂ ୨ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ମାସ ୬ ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରାୟ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
Read Also | Covid Cases in Odisha: ରାଜ୍ୟରୁ ୯୮୧ କୋଭିଡ ସଂକ୍ରମିତ ଚିହ୍ନଟ
[amazon_auto_links id=”9939″]