Odisha Weather Report: ଗରମରୁ ମିଳବ ମୁକ୍ତି, ଆସନ୍ତା ୨୪ ଘଣ୍ଟାରେ ଏହି ଜିଲ୍ଲାରେ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Share this:

ଭୁବନେଶ୍ଵର: Odisha Weather Report ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଜନସାଧାରଣଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ରାଜ୍ୟରେ ଗତକାଲି ସୋନପୂରଠାରେ ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଥିଲା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସୂଚନା ମିଳିଛି।

Share this:

Leave a Reply

Your email address will not be published. Required fields are marked *