Odisha Weather Report: ରାଜ୍ୟରେ ହେବ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି

Share this:

ଭୁବନେଶ୍ଵର: ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏ ନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ବୌଦ, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼଼, ରାୟଗଡ଼଼ା ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼଼, ଖୋର୍ଦ୍ଧା, ପୁରୀ, କୋରାପୁଟ, ମାଲକାନଗିରି, ଯାଜପୁର, ସୁନ୍ଦରଗଡ଼଼, କନ୍ଧମାଳ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

amazon

ସେହିପରି ୨୨ ତାରିଖରୁ ୨୩ ତାରିଖ ମଧ୍ୟରେ ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ପୁରୀ, ଖୋର୍ଦ୍ଧା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହିସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Also Read | PM Kisan: ପିଏମ କିଷାନରେ ୪୨ ଲକ୍ଷରୁ ଅଧିକ ଚାଷୀ ଅଯୋଗ୍ୟ, ଫେରାଇବେ ଟଙ୍କା; ଓଡ଼ିଶାରୁ ୮ ହଜାରରୁ ଅଧିକ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *