Odisha Weather Report: ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା

Share this:

ଭୁବନେଶ୍ଵର: ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ରବିବାର ଆନ୍ଧ୍ରପ୍ରଦେଶର ପଶ୍ଚିମକେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଉପକୂଳ ଓଡ଼ିଶାରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌-ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗି ରହିବ। ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ।

amazon

ସୂଚନାଅନୁସାରେ ଆସନ୍ତାକାଲି ସୋମବାର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ାରେ ପ୍ରବଳ ବର୍ଷା ହେବ। ସେହିପରି ୧୩ରେ ନୂଆପଡ଼ା, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ୧୪ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ନିଂ  ଜାରି କରିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

Also Read | UP Population Bill: ଦୁଇରୁ ଅଧିକ ସନ୍ତାନଥିଲେ; ମିଳିବନି ରେସନ, ସରକାରୀ ଚାକିରି, ଲଢିପାରିବନି ନିର୍ବାଚନ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *