Odisha Weather Report : ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Share this:

ଭୂବନେଶ୍ଵର: Odisha Weather Latest Report Updates ଆଜି ରାଜ୍ୟର ପ୍ରାୟ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ (Odisha and West Bengal) ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


ସେହିଆପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ (Angul), ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Read Also | Covid Cases in Odisha: ରାଜ୍ୟରେ ଆଜି ଶହେରୁ ଅଧିକ ବଢିଲା କରୋନା, ୨୬୦ ଜଣ ଚିହ୍ନଟ

[amazon_auto_links id=”9939″]

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *