Weather Report Odisha: ରାଜ୍ୟରେ ପ୍ରବଳ ବର୍ଷା ଜାରି , ୫ ଜିଲ୍ଲାକୁ ରେଡ,୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Share this:

ବଡଖବର:

  • ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ  ରେଡ୍‍ୱାର୍ଣ୍ଣିଂ ଜାରି କରାଯାଇଛି।

ଭୂବନେଶ୍ଵର: Weather Report Odisha heavy rains all over Odisha till 11th August ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନିଭୂତ ହେବାରେ ଲାଗିଛି। ଧୀରେ ଧୀରେ ଏହା ଅବପାତର ରୂପ ନେଇଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡକୁ ମୁହାଁଇବ। ଏହାର ପ୍ରଭାବରେ ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ  ରେଡ୍‍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବା ନେଇ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୧ ତାରିଖ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ମଧ୍ୟ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

amazon

ଲଘୁଚାପ ପ୍ରଭାବରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪.୩ ମିମି ବର୍ଷା ଯାହା ସ୍ୱାଭାବିକ ବର୍ଷା ୧୦ମିମି ତୁଳନାରେ ୨୪୩% ଅଧିକ। ସେହିପରି ଗଞ୍ଜାମ ଜିଲ୍ଲାରେ ୫ ସ୍ଥାନରେ ଅତି ପ୍ରବଳ ତଥା ୭ ସ୍ଥାନରେ ପ୍ରବଳ ବର୍ଷା ସହ ହାରାହାରି ୯୦.୫ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା ୭ମିମି ତୁଳନାରେ ୧୧୯୩%  ଅଧିକ ରହିଛି।

[amazon_auto_links id=”9939″]

Read Also | Covid Cases in Odisha: ଆଜି ଓଡ଼ିଶାରୁ ୪୮୭ କରୋନା ସଂକ୍ରମିତ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *