Odisha Weather Report Updates: ଆସନ୍ତା ୯ ତାରିଖ ମଧ୍ୟରେ ରାଜ୍ୟରେ ଲଘୁଚାପ, ହେବ ପ୍ରବଳ ବର୍ଷା

Share this:

ଭୂବନେଶ୍ଵର: Odisha Weather Latest Report Updates ସାରା ରାଜ୍ୟରେ ଗୁଳୁଗୁଳି ଲାଗି ରହିଛି। ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ,

ସେହିପରି ରାଜ୍ୟରେ ଆଜିଠାରୁ କିଛି ସ୍ଥାନରେ ବର୍ଷାର ପରିମାଣ ବଢିବା ସହ ଆଗାମୀ ୨୪ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ସହ ଘଡଘଡି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ହଳଦିଆ ଚେତାବନୀ ଜାରି କରାଯାଇଛି।

ସେହିପରି ଲଘୁଚାପ ପ୍ରଭାବରେ ଆସନ୍ତା ୯ ତାରିଖରେ ରାଜ୍ୟରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *