Odisha Weather Report: ଆହୁରି ବର୍ଷିବ, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ରେଡ୍ ଏବଂ ୧୯ ଜିଲ୍ଲାକୁ ଅରେଞ୍ଜ ଚେତାବନୀ

Share this:

ବଡଖବର:

  • ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ସମ୍ବଲପୁର, ଅନଗୁଳ, ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ।

ଭୁବନେଶ୍ଵର:Odisha Weather Report latest updates ରାଜ୍ୟରେ ପ୍ରବଳ ବର୍ଷା ଜାରୀରହିଛି। ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତ ରେ ପରିଣତ ହୋଇଛି।

ଏହା ଓଡ଼ିଶା ଆଖପାଖ ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ପଶ୍ଚିମବଙ୍ଗା ଦିଘା ଠାରୁ ପ୍ରାୟ ୧୦ କିଲୋମିଟର ଦକ୍ଷିଣ ପୂର୍ବରେ ଏବଂ ପୂର୍ବ-ଉତ୍ତର-ପୂର୍ବରେ ବାଲେଶ୍ୱର ନିକଟରେ ରହିଛି। ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ସକ୍ରିୟ ଲଘୁଚାପ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଗୁଡିକରେ ଲାଗିରହିଛି ବର୍ଷା।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣି ଓ ୧୯ ଜିଲ୍ଲାକୁ କମଳା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି। ଆସନ୍ତା ୧୫ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ସମ୍ବଲପୁର, ଅନଗୁଳ, ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ରେକର୍ଡ ହୋଇଥିବା ପ୍ରମୁଖ ବର୍ଷା:

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ବୌଦ୍ଧ, କାନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନାଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ସକ୍ରିୟ ଅବପାତ ପ୍ରଭାବରେ ଓଡ଼ିଶାର ସମସ୍ତ ବନ୍ଦର, ଗୋପାଳପୁର, ପୁରୀ, ପାରାଦ୍ୱୀପ ଏବଂ ଧାମରା-ଚାନ୍ଦବାଲି ପାଇଁ ବିପଦ ସଂକେତ -୩ ଜାରି କରାଯାଇଛି।

[amazon_auto_links id=”9939″]

Read Also | Covid Cases in Odisha: ଆଜି ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୪୮୮ ଜଣ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *