Odisha Weather Report: ରାଜ୍ୟରେ ଲଘୁଚାପ ବର୍ଷା ଜାରି, ୧୯ ଏବଂ ୨୦ରେ ପ୍ରବଳ ବର୍ଷା

Share this:

ଭୁବନେଶ୍ଵର: Odisha weather Latest Report ଓଡ଼ିଶାରେ ଲଘୁଚାପ ପ୍ରଭାବରେ ସମସ୍ତ ଜିଲାଗୁଡିକରେ ତୁହା କୁ ତୁହା ବର୍ଷା ଲାଗିରହିଛି। ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି। ଏହା ଆହୁରି ଅଧିକ ଶକ୍ତିଶାଳୀ ହେବ ଏବଂ ଏହାର ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶା ସହ ଛତିଶଗଡ଼ର ବିଭିନ୍ନ ଅଞ୍ଚଳରେ ଏହି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

୪ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ

ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମି)ରୁ ଅଧିକ ଏବଂ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏଥିଲାଗି ସ୍ଵତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି।

୧୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ସେହିପରି କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକୁ ଭାରତୀୟ ପାଣିପାଗ ବିଭାଗ ତରଫରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଏଥିସହିତ ଝାରସୁଗୁଡା, ବରଗଡ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ଏହି ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ସେହିପରି ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କେନ୍ଦୁଝର ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହି ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହା ୨୦ ଅଗଷ୍ଟ ସକାଳ ୮. ୩୦ ରୁ ୨୧ ଅଗଷ୍ଟ ସକାଳ ୮. ୩୦ ଘଣ୍ଟା ପର୍ଯ୍ୟନ୍ତ ବୈଧ ଅଟେ।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *