Odisha Weather Report: ଆସନ୍ତା ୨୬ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା,୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Share this:

ଭୁବନେଶ୍ଵର: Odisha Weather Report ଆଜି ସାରା ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫. ୮କିଲୋମିଟର ଉଚ୍ଚତା ଯାଏଁ ରହିଛି। ଫଳରେ ରାଜ୍ୟରେ ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି। ଆଜିଠାରୁ
ଆସନ୍ତା ୨୬ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହୋଇପାରେ। ଅପରପକ୍ଷରେ ପାଣିପ।ଗ ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ଅନୁଯାୟୀ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Read Also | VL-SRSAM: DRDO ଏବଂ ଭାରତୀୟ ନୌସେନା ଦ୍ୱାରା ଭୂପୃଷ୍ଠରୁ ଆକାଶମାର୍ଗକୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *