Odisha Weather Report: ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Share this:

ଭୁବନେଶ୍ଵର: Odisha Weather Report yellow warnings issue for heavy rains ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଟିକେ ଖରା ପରେ ପୁଣି ପ୍ରବଳ ବର୍ଷୁଛି। ଏଥିସହିତ ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଗତକାଲିଠାରୁ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଅଧିକ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ସମେତ ୧୪ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Read Also | News: ଗାଡିରେ ବୁଲୁଥିଲେ ଭଗବାନ ଶିବଙ୍କ ବେଶରେ , ହେଲେ ଗିରଫ

Share this:

Leave a Reply

Your email address will not be published. Required fields are marked *