Odisha Weather Report: ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ,୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Share this:

ଭୁବନେଶ୍ଵର (ବ୍ୟୁରୋ): Odisha Weather Report ଓଡ଼ିଶାରେ ଆଜି ଗୁଳୁଗୁଳି ସହ ପ୍ରବଳ ଗରମ ଅନୁଭୂତ ହୋଇଛି। ଏଥିସହିତ ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ରବିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Read Also | Corona Cases: ଆଜି ୧୦ ପଜିଟିଭ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *