Odisha Weather Updates: ଆସୁଛି ଲଘୁଚାପ,୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

Share this:

କଟକ: Odisha Weather Updates ଉତ୍ତର-ପୂର୍ବ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି।

ଏଥି ସହିତ ଓଡ଼ିଶାର ୧୫ରେ ପ୍ରବଳ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି। ଗତକାଲି ରବିବାର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆଜିଠାରୁ ବର୍ଷାର ପରିମାଣ ବଢ଼଼ିଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ୫.୮ କିମି ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଫଳରେ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ।

ସୂଚନାଅନୁସାରେ ଆଜି୪ ତାରିଖରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, କେନ୍ଦୁଝର, ଅନୁଗୁଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସାରା ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତ ହେବା ନେଇସତର୍କ ସୂଚନା ଜାରି କରିଛି ଭୂବନେଶ୍ଵର ପାଣିପାଗ କେନ୍ଦ୍ର। ଗୁରୁବାର ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Share this:

Leave a Reply

Your email address will not be published. Required fields are marked *